ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

 

  • ରାଜ୍ୟରୁ ୫୭୦ ନୂଆ ପଜିଟିଭ୍ ଚିହ୍ନଟ
  • ୩୮୪ ଜଣ କ୍ୱାରେଣ୍ଟାଇନ,୧୮୬ ଲୋକାଲ୍ କେସ୍
  • ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୫୧୬କୁ ବୃଦ୍ଧି

ରାଜ୍ୟରେ ଆଜି ପୁଣି ୫ ଶହ ଟପିଛି କରୋନା ସଂକ୍ରମଣ। ଶନିବାର ରାଜ୍ୟରୁ ୫୭୦ ନୂଆ ପଜିଟିଭ୍ ଚିହ୍ନଟ ହେବା ସହିତ ସଂକ୍ରମିତଙ୍କ ସଂଖ୍ୟା ସାଢ଼େ ୧୨ ହଜାରକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ନୂଆକରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଭିତରୁ ୩୮୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ସେହିଭଳି ବାକି ୧୮୬ ଜଣ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି।

ପ୍ରତିଥର ଭଳି ଆଜି ବି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହିତ ଅନୁଗୁଳରୁ ୧୧, ବାଲେଶ୍ୱରରୁ ୩, ଭଦ୍ରକରୁ ୨, ବୌଦ୍ଧରୁ ୩, କଟକରୁ ୪୬, ଗଜପତିରୁ ୨୫, ଜଗତସିଂହପୁରରୁ ୧୬, ଯାଜପୁରରୁ ୪୦, ଝାରସୁଗୁଡ଼ାରୁ ୩୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୧୪, ଖୋର୍ଦ୍ଧାରୁ ୩୭, କୋରାପୁଟରୁ ୧୧, ମୟୂରଭଞ୍ଜରୁ ୧୦, ନୟାଗଡ଼ରୁ ୩୭, ପୁରୀରୁ ୧୫, ସମ୍ବଲପୁରରୁ ୧ ଓ ସୁନ୍ଦରଗଡ଼ରୁ ୪୪ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।CGU newଏହାକୁ ମିଶାଇ ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨,୫୧୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୯୭୨ ଜଣ ସୁସ୍ଥ ହୋଇଥିବାବେଳେ ଏବେ ବି ୪୪୭୫ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି।

Comment