ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

corona recover

କରୋନାରୁ ସୁସ୍ଥ ହେଲେ ଆଉ ୩୮୮ ଜଣ ଆକ୍ରାନ୍ତ। ଏଥିସହ ରାଜ୍ୟର କରୋନା ସୁସ୍ଥଙ୍କ ସଂଖ୍ୟା ୮୩୬୦ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୧୮୭ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଦାରୁ ୩୭, କେଉଁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡ଼ରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୧ ଜଣ ସୁସ୍ଥ ହୋଇଛନ୍ତି।

CGU new

ସେହିପରି ଅନୁଗୁଳରୁ ୮, କେନ୍ଦ୍ରାପଡ଼ରୁ ୬, ଗଜପତି ଓ ଧାରସୁଗୁଡ଼ାରୁ ୨ ଲେଖାଏଁ ଏବଂ ଭଦ୍ରକ, ବରଗଡ଼ ଓ ଦେବଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହା ସହ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୮୩୬୦ ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୧୨ ହଜାର ଟପିଲାଣି।

Comment