ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ଭିତରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ସହିତ ବଜ୍ରପାତ ମଧ୍ୟ ହୋଇପାରେ। ତା’ସହିତ ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ମିଳିଥିବା ସୂଚନା ମୁତାବକ ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ଅଞ୍ଚଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।CGU newସେହିପରି ବଲାଙ୍ଗିର, ସୋନପୁର, ବୌଦ୍ଧ,ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଟକ, କନ୍ଧମାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରେ ବଜ୍ରପାତ ପଡ଼ିବା ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comment