ଓଡିଶାଲାଇଭ୍ କରୋନା ବ୍ୟୁରୋ

ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ଲୋକ କରୋନାରେ ଆକ୍ରାନ୍ତ ହେଉଛନ୍ତି। ରବିବାର ପୁଣି ୧୯,୭୯୧ ଜଣ ପଜିଟିଭ୍ ଚିହ୍ନଟ ହେବାପରେ ଦେଶରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ସାଢ଼େ ୮ ଲକ୍ଷରେ ପହଞ୍ଚିଛି। ଏନେଇ ସ୍ଵାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ଗତ ୨୪ ଘଣ୍ଟା ମଧ୍ୟରେ ୧୪,୫୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ୪୪୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ବୋଲି ସ୍ଵାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।CGU newସ୍ଵାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ଭାରତରେ ୮,୪୯,୯୯୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫,୩୬,୨୩୨ ଜଣ ସୁସ୍ଥ ହୋଇଥିବାବେଳେ ୨,୯୦,୬୯୬ ଜଣ ଆକ୍ରାନ୍ତ ଏବେ ବି ସକ୍ରିୟ ଅଛନ୍ତି। ଏଥିସହ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨,୬୮୭ରେ ପହଞ୍ଚିଛି।

Comment