ଓଡ଼ିଶାଲାଇଭ୍‌ ବ୍ୟୁରୋ

କରୋନାରେ ରାଜ୍ୟରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତକ ବ୍ୟକ୍ତି ଗଞ୍ଜାମର ଜଣାପଡ଼ିଛି। ଫଳରେ ଏବେ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୩୯ରେ ପହଞ୍ଚିଥିଲା ବେଳେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪ରେ ପହଞ୍ଚିଛି।CGU new

ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଯେଉଁ ୫୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ସେ ମଧ୍ୟରୁ  ଗଞ୍ଜାମ ଜିଲ୍ଲାରୁ ହିଁ ସର୍ବାଧିକ ୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ପାର୍ କରିଛି।

ମୋଟ୍‌  ୧୩୧୨୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୩୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬୪ ଜଣଙ୍କର ମୃତ୍ୟୁ ହୋଇଛି।

Comment