ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିସହିତ କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇପାରେ ବୋଲି କୁହାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ବଜ୍ରପାତ ହେବା କାରଣରୁ ଲୋକମାନଙ୍କୁ ସତର୍କ ରହିବାକୁ ମଧ୍ୟ କୁହାଯାଇଛି।CGU newନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ସେହିପରି ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ସନ୍ଦରଗଡ଼ରେ ମଧ୍ୟ ବଜ୍ରପାତ ସହ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

Comment