ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାର ଆଉ ଜଣେ ବିଧାୟକଙ୍କୁ କରୋନା। ବାଲେଶ୍ୱର ଜିଲ୍ଲା ରେମୁଣା ନିର୍ବାଚନମଣ୍ଡଳୀର ବିଧାୟକଙ୍କୁ କରୋନା ହୋଇଥିବା ଜଣାପଡ଼ିଛି। ଏନେଇ ନିଜେ ବିଧାୟକ ସୂଚନା ଦେଇଛନ୍ତି। ବିଧାୟକଙ୍କ ପାଖରେ କରୋନା ଲକ୍ଷଣ ଦେଖାଦେବାରୁ ତାଙ୍କ ସ୍ୱାବ୍‌ ପରୀକ୍ଷା କରାଯାଇଥିଲା। ରିପୋର୍ଟ ଆଜି ପଜିଟିଭ୍‌ ଆସିଛି।

ପ୍ରଥମେ ନୀଳଗିରି ବିଧାୟକ କରୋନା ଆକ୍ରାନ୍ତ ହୋଇଥିଲେ। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବାରୁ ତାଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଏହାପରେ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନସୁଦ୍ଧା ଓଡ଼ିଶାରେ ୩ ଜଣ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି।

Comment