ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭାରତରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ରେକର୍ଡ ସ୍ତରରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଆମେରିକା ଏବଂ ବ୍ରାଜିଲ ପରେ ପ୍ରତିଦିନ ସର୍ବାଧିକ ସଂଖ୍ୟକ ମାମଲା ଭାରତରୁ ଆସୁଛି। ବର୍ତ୍ତମାନ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୯ ଲକ୍ଷ ପାର୍‌ କରିଛି।CGU new

ସ୍ୱାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଏପର୍ଯ୍ୟନ୍ତ ୯ ଲକ୍ଷ ୬ ହଜାର ୭୫୨ ଜଣ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ଏଥିମଧ୍ୟରୁ ୨୩,୭୨୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଲକ୍ଷ ୨୧ ହଜାର ଲୋକ ସୁସ୍ଥ ମଧ୍ୟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ୨୮ ହଜାର ୪୯୮ ନୂଆ କରୋନା ମାମଲା ରିପୋର୍ଟ ହୋଇଥିଲା ବେଳେ ୫୫୩ ଜଣଙ୍କର ମୃତ୍ୟୁ ଘଟିଛି।

Comment