ଓଡିଶାଲାଇଭ୍ କରୋନା ବ୍ୟୁରୋ

ଦେଶରେ ଅଣାୟତ୍ତ ହେଉଛି କରୋନା ସଂକ୍ରମଣ। ପ୍ରତିଦିନ ହଜାର ହଜାର ପଜିଟିଭ୍ ଚିହ୍ନଟ ହେଉଛନ୍ତି। ମଙ୍ଗଳବାର କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ପାର୍ କରିଥିବାବେଳେ ଗତ ୨୪ ଘଣ୍ଟାରେ ପୁଣି ୨୯ ହଜାରରୁ ଉର୍ଦ୍ଧ୍ଵ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୨୯,୪୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫୮୨ ଜଣଙ୍କର ମୃତ୍ୟୁ ଘଟିଛି। ତେଣୁ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୩୬,୧୮୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୨୪,୩୦୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫,୯୨,୦୩୨ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ୩,୧୯,୮୪୦ଟି ଆକ୍ଟିଭ୍ କେସ୍ ରହିଛି।CGU newମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ୨,୬୭,୬୬୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦,୬୯୫ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଦିଲ୍ଲୀରେ ୩୪୪୬ ଜଣ, ଗୁଜୁରାଟରେ ୨୦୬୯ ଜଣ ଏବଂ ତାମିଲନାଡ଼ୁରେ ୨୦୯୯ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment