ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିସହ କିଛି ଜିଲ୍ଲାରେ ବଜ୍ରପାତ ମଧ୍ୟ ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଲୋକଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।ବିଶେଷକରି ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି କୁହାଯାଉଛି।CGU new

ସେହିପରି କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ସମ୍ବଲପୁର ଓ ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Comment