ଓଡିଶାଲାଇଭ୍ ବ୍ୟୁରୋ
ଭୁବନେଶ୍ଵର ୟୁନିଟ୍-୪ ମାର୍କେଟ୍କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। ମାର୍କେଟ୍ର କିଛି ବ୍ୟବସାୟୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଭୁବନେଶ୍ଵର ମହାନଗର ନିଗମ ଏଭଳି ପଦକ୍ଷେପ ନେଇଛି। ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ଵରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ୟୁନିଟ୍-୪ ମାର୍କେଟ୍ରେ କିଛି ବ୍ୟବସାୟୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଚିନ୍ତା ବଢ଼ିଛି। କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ମାର୍କେଟ୍ ଓ ଏହାର ଆଖପାଖ ମାର୍କେଟ୍କୁ ବନ୍ଦ ଘୋଷଣା କରାଯାଇଛି। ଏଥିସହ କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇ ସମସ୍ତଙ୍କର ପରୀକ୍ଷା କରାଯିବ ବୋଲି ବିଏମସି ସୂଚନା ଦେଇଛି।
ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ୟୁନିଟ୍-୪ ମାର୍କେଟ୍ ବନ୍ଦ ରହିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି। ଏଥିସହ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାରୁ ନୟାପଲ୍ଲୀର ସୀତାପୁର ଓ ତ୍ରିନାଥ ବସ୍ତିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏହି ସବୁ ସ୍ଥାନରେ ବିଏମସି ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି।













