ଓଡ଼ିଶାଲାଇଭ୍ ବ୍ୟୁରୋ
ରାଜ୍ୟରେ ଆଉ ୩ ଜୀବନ ନେଲା କରୋନା। ଗଞ୍ଜାମ ଜିଲ୍ଲାରୁ ୨ ଜଣ ଓ ଗଜପତି ଜିଲ୍ଲାର ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମର ଜରେ ୬୩ ଓ ଅନ୍ୟ ଜଣେ ୬୦ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିଲା ବେଳେ ଗଜପତିର ଜଣେ ୪୮ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏହି ୩ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ହୋଇଛି।
ଏହି ୮୬ ଜଣଙ୍କ ମଧ୍ୟରୁ କେବଳ ଗଞ୍ଜାମରେ ୫୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଆଜି ରାଜ୍ୟର ୨୫ ଜିଲ୍ଲାରୁ ୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


















