ଓଡିଶାଲାଇଭ୍ କରୋନା ବ୍ୟୁରୋ

ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେଲାଣି। ପ୍ରତିଦିନ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୭୧୬କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁ ସଂଖ୍ୟା ୨୬ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୩୪,୮୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬୭୧ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୬,୨୭୩କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା ୧୦,୩୮,୭୧୬ ପଜିଟିଭ୍‌ଙ୍କ ମଧ୍ୟରୁ ୬,୫୩,୭୫୦ ଜଣ ସୁସ୍ଥ ହୋଇଥିବାବେଳେ ୩,୫୮,୬୯୨ ଜଣ ଆକ୍ରାନ୍ତ ଏବେ ବି ସକ୍ରିୟ ଅଛନ୍ତି।CGU newମହାରାଷ୍ଟ୍ରରେ ସର୍ବାଧିକ ୨,୯୨,୫୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧,୪୫୨ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଦିଲ୍ଲୀରେ ୩୫୭୧ ଜଣ, ଗୁଜରାଟରେ ୨୧୦୬ ଜଣ ଏବଂ ତାମିଲନାଡ଼ୁରେ ୨୩୧୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Comment