ଓଡିଶାଲାଇଭ୍ କରୋନା ବ୍ୟୁରୋ
- ରାଜ୍ୟରୁ ପୁଣି ୫୯୧ ପଜିଟିଭ୍ ଚିହ୍ନଟ
- କ୍ଵାରେଣ୍ଟାଇନରୁ ୩୯୪, ସ୍ଥାନୀୟ ଅଞ୍ଚଳରୁ ୧୯୬ ପଜିଟିଭ୍ ଚିହ୍ନଟ
- ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି
ରାଜ୍ୟରେ କରେନା ସଂକ୍ରମଣ ସାଂଘାତିକ ହେଉଛି। ଶନିବାର ଆଉ ୫୯୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରେ କ୍ଵାରେଣ୍ଟାଇନ୍ରୁ ୩୯୪ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୧୯୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୧୮୨ ଜଣ ଆକ୍ରାନ୍ତ ଥିବାବେଳେ ଖୋର୍ଦ୍ଧାରୁ ୧୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଅନୁଗୁଳରୁ ଜଣେ, ବାଲେଶ୍ଵରରୁ ୧୩ ଜଣ, ବରଗଡ଼ରୁ ୩୫ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିରରୁ ୯ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୩୮ ଜଣ, ଦେଓଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୯ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୬ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୨୨ ଜଣ, ନବରଙ୍ଗପୁରରୁ ୨୨ ଜଣ, ନୟାଗଡ଼ରୁ ୧୧ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୦ ଜଣ ଏବଂ ସୁନ୍ଦରଗଡ଼ରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୬,୭୦୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧,୩୩୦ ଜଣ ସୁସ୍ଥ ହୋଇଥିବାବେଳେ ୫୨୫୯ ଜଣ ଆକ୍ରାନ୍ତ ଏବେ ବି ସକ୍ରିୟ ଅଛନ୍ତି। ରାଜ୍ୟରେ ୮୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।














