ଓଡ଼ିଶାଲାଇଭ୍‌ ବ୍ୟୁରୋ

ସାରାଦେଶରେ ଏବେ କରୋନା ମହାମାରୀ ସଂଘାତିକ ରୂପ ଧାରଣ କରିଛି। ଦିନକୁ ଦିନ କରୋନାର କାୟା ବିସ୍ତାର ହେଉଛି। ଏହାକୁ ଦୃଷ୍ଟିରେ ରଖି ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସବୁ ସ୍ପେଶାଲ ସ୍କୁଲକୁ ବନ୍ଦ ଘୋଷଣା କରାଯାଇଛି। ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ସମସ୍ତ ସ୍ପେଶାଲ ସ୍କୁଲ ଅଗଷ୍ଟ ୩୧ ଯାଏଁ ବନ୍ଦ ରହିବ।CGU new

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏହି ନିଷ୍ପତ୍ତି ନେଇଛି। ପୂର୍ବରୁ ଜୁଲାଇ ୩୧ ତାରିଖ ଯାଏଁ ସ୍ପେଶାଲ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ବର୍ତ୍ତମାନ କରୋନା ମହମାରୀ ବଢ଼ୁଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଉ ଏକ ମାସ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

ରାଜ୍ୟର ୨୩ ଟି ଜିଲ୍ଲାରେ ୧୦୩ଟି ସ୍ପେଶାଲ ସ୍କୁଲ ରହିଛି। ଅଗଷ୍ଟ ୩୧ ଯାଏଁ ଏହି ସବୁ ସ୍କୁଲ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here