ଓଡିଶାଲାଇଭ୍ କରୋନା ବ୍ୟୁରୋ

  • ରାଜ୍ୟରୁ ପୁଣି ୭୩୬ ପଜିଟିଭ୍ ଚିହ୍ନଟ
  • କ୍ଵାରେଣ୍ଟାଇନରୁ ୪୮୧, ସ୍ଥାନୀୟ ଅଞ୍ଚଳରୁ ୨୫୫ ଜଣ ଚିହ୍ନଟ
  • ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭,୪୩୭କୁ ବୃଦ୍ଧି

ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ରବିବାର ପୁଣି ୭୩୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କମଧ୍ୟରେ କ୍ଵାରେଣ୍ଟାଇନରୁ ୪୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫୫ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ପାର୍ କରିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୪୭ ଜଣ ଆକ୍ରାନ୍ତ ଅଛନ୍ତି। ଏଥିସହ ଖୋର୍ଦ୍ଧାରୁ ୧୦୭ ଜଣ, ଅନୁଗୁଳରୁ ୨୨ ଜଣ, ବାଲେଶ୍ଵରରୁ ୩୩ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗିରରୁ ୪ ଜଣ, ବୌଦ୍ଧରୁ ୮ ଜଣ, କଟକରୁ ୨୭ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୩୯ ଜଣ, ଜଗତସିଂହପୁରରୁ ୪୦ ଜଣ, ଯାଜପୁରରୁ ୪୦ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ଜଣେ, କୋରାପୁଟରୁ ୪୫ ଜଣ, ମାଲକାନଗିରିରୁ ୧୮ ଜଣ, ମୟୂରଭଞ୍ଜରୁ ୧୨ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୦ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ବଲପୁରରୁ ୨୫ ଜଣ ଓ ସୁନ୍ଦରଗଡ଼ରୁ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।CGU newଏଥିସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭,୪୩୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧,୯୩୭ ଜଣ ସୁସ୍ଥ ହୋଇଥିବାବେଳେ ୫୩୮୧ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି। ରାଜ୍ୟରେ ୯୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment