ଓଡିଶାଲାଇଭ୍ କରୋନା ବ୍ୟୁରୋcorona test 1

ଦେଶରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ପ୍ରତିଦିନ ହଜାର ହଜାର ଲୋକ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮,୯୦୨ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୫୪୩ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ବର୍ତ୍ତମାନ ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୭,୬୧୮ ରେ ପହଞ୍ଚିଛି। ସେଥିମଧ୍ୟରୁ ୬,୭୭,୪୨୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ୩,୭୩,୩୭୯ଟି ଆକ୍ଟିଭ୍ କେସ୍ ରହିଛି। ଏଥିସହ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୬,୮୧୬କୁ ବୃଦ୍ଧି ପାଇଛି।CGU newମହାରାଷ୍ଟ୍ରରେ ସର୍ବାଧିକ ୩,୦୦,୯୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୧,୫୯୬ ଜଣ ପ୍ରାଣ ହରାଇଛନ୍ତି। ସେହିପରି ଦିଲ୍ଲୀରେ ୩୫୯୭ ଜଣ, ତାମିଲନାଡ଼ୁରେ ୨୪୦୩ ଜଣ ଓ ଗୁଜୁରାଟରେ ୨୧୨୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Comment