ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲାର ନିର୍ଦ୍ଦିଷ୍ଟ ଅଞ୍ଚଳକୁ ଲକଡାଉନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ।

ସମସ୍ତ ସହରାଞ୍ଚଳ, ଜିଲ୍ଲାର ସମସ୍ତ ବ୍ଲକ ମୁଖ୍ୟାଳୟ ପାଇଁ ଲାଗୁ ହେବ ଲକଡାଉନ କଟକଣା। ୨୦ ତାରିଖ ସକାଳ ୫ଟାରୁ ୩୧ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଲକଡାଉନ ବଳବତ୍ତର ରହିବ।

ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସି ମଧ୍ୟ ଲକଡାଉନ ରହିବ। ୮ଟି ବ୍ଲକର ୧୧ଟି ପଞ୍ଚାୟତରେ ମଧ୍ୟ ଲାଗିବ ଲକଲଡାଉନ କଟକଣା। ଏହି ଲକ୍‌ଡାଉନ୍‌ ସମୟରେ ସମସ୍ତ ବ୍ଲକ୍ ଏବଂ ସହରାଞ୍ଚଳରେ ସକାଳ ୭ଟା ରୁ ଦିନ ୨ଟା ଯାଏଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି ହେବ। ବାକି ସବୁ ଦୋକାନ ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Comment