ଓଡିଶାଲାଇଭ୍ କରୋନା ବ୍ୟୁରୋcorona positive

ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପ୍ରତିଦିନ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୪୦,୪୨୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୬୮୧ ଜଣଙ୍କର ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ, ଦେଶରେ ବର୍ତ୍ତମାନ ସୁଦ୍ଧା ୧୧,୧୮,୦୪୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭,୦୦,୦୮୬ ଜଣ ସୁସ୍ଥ ହୋଇଥିବାବେଳେ ୩,୯୦,୪୫୯ ଆକ୍ରାନ୍ତ ସକ୍ରିୟ ଅଛନ୍ତି। ଏଥିସହ ଦେଶରେ କରୋନା ମୃତ୍ୟୁସଂଖ୍ୟା ୨୭,୪୯୭କୁ ବୃଦ୍ଧି ପାଇଛି।CGU newମହାରାଷ୍ଟ୍ରରେ ସର୍ବାଧିକ ୩,୧୦,୪୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୧,୮୫୪ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଦିଲ୍ଲୀରେ ୩୬୨୮ ଜଣ, ତାମିଲନାଡୁରେ ୨୪୮୧ ଜଣ ଏବଂ ଗୁଜରାଟରେ ୨୧୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment