ଓଡିଶାଲାଇଭ୍ କରୋନା ବ୍ୟୁରୋ
- ରାଜ୍ୟରେ ପୁଣି ୬୭୩ ନୂଆ ପଜିଟିଭ୍ ଚିହ୍ନଟ
- କ୍ଵାରେଣ୍ଟାଇନରୁ ୪୪୬ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୨୭ ଜଣ ଚିହ୍ନଟ
- ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି
ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ଧରୁନି। ପ୍ରତିଦିନ ଶହ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ଗୋଷ୍ଠୀ ସଂକ୍ରମଣର ଆଶଙ୍କା ସୃଷ୍ଟି ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ଵାରେଣ୍ଟାଇନରୁ ୪୪୬ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୨୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୩୯ ଜଣ ଆକ୍ରାନ୍ତ ଅଛନ୍ତି। ଏଥିସହ ଅନୁଗୁଳରୁ ୪ ଜଣ, ବାଲେଶ୍ଵରରୁ ୧୩ ଜଣ, ବରଗଡ଼ରୁ ୨୨ ଜଣ, ଭଦ୍ରକରୁ ୫୮ ଜଣ, କଟକରୁ ୩୨ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧୫ ଜଣ, ଜଗତସିଂହପୁରରୁ ୩୬ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୧୪ ଜଣ, କନ୍ଧମାଳରୁ ୪୪ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୫୮ ଜଣ, କେନ୍ଦୁଝରରୁ ୨୪ ଜଣ, କୋରାପୁଟରୁ ୪୧ ଜଣ, ମାଲକାନଗିରିରୁ ୪ ଜଣ, ମୟୂରଭଞ୍ଜରୁ ଜଣେ, ନୟାଗଡ଼ରୁ ୪ ଜଣ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୩ ଜଣ, ସୋନପୁରରୁ ୪ ଜଣ ଏବଂ ସୁନ୍ଦରଗଡ଼ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏଥିସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୮,୧୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨,୪୫୨ ଜଣ ସୁସ୍ଥ ହୋଇଥିବାବେଳେ ୫୫୩୩ ଜଣ ଆକ୍ରାନ୍ତ ଏବେ ବି ସକ୍ରିୟ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଦେଶରେ ୯୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।














