ଓଡ଼ିଶାଲାଇଭ୍‌ ବ୍ୟୁରୋ

କରୋନା ଲକ୍‌ଡାଉନ୍‌ ଏବଂ ସଟ୍‌ଡାଉନ୍‌ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କ ପାଇଁ ୫ ମାସ ଲାଗି ମାଗଣାରେ ଡାଲି, ଚାଉଳ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ଜୁଲାଇରୁ ନଭେମ୍ବର ମାସ ପର୍ଯ୍ୟନ୍ତ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

CGU newରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କିଲୋ ଲେଖାଏ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ। ଏହାସହିତ ପ୍ରତି ମାସରେ ପରିବାର ପିଛା ୧ କିଲୋ ଲେଖାଏ ଡାଲି  ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ।

Comment