ଓଡିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ଓ ସଟ‌ଡାଉନ୍‌ ଜାରି ରହିଛି। ଏବେ ଏହି ତାଲିକାରେ ସାମିଲ ହୋଇଛି ଭୁବନ ଏନ୍‌ଏସି। କରେନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଭୁବନ ଏନ୍‌ଏସିକୁ ୨ ଦିନ ପାଇଁ ସଟ‌ଡାଉନ୍‌ ଘୋଷଣା କରାଯାଇଛି। ଏନେଇ ଢେଙ୍କାନାଳ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ, ଗୁରୁବାରାଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଏନ୍‌ଏସି ସଟ‌ଡାଉନ୍‌ ରହିବ। ଏଠାରୁ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।CGU newବର୍ତ୍ତମାନ ସୁଦ୍ଧା ଢେଙ୍କାନାଳରୁ ୧୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ୫୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Comment