ଓଡ଼ିଶାଲାଇଭ୍‌ ବ୍ୟୁରୋ

ପ୍ରାଥମିକ ପର୍ଯ୍ୟାୟରେ ପ୍ଲାଜମା ଥେରାପି ଓଡ଼ିଶାରେ ସଫଳ ହେବା ପରେ ଏହାକୁ ଆଗକୁ ନେବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିପାଇଁ ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେଇଛନ୍ତି। ମନ୍ତ୍ରୀମାନେ ଜିଲ୍ଲା ବୁଲି କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ପ୍ଲାଜମା ଦାନ ପାଇଁ ଉତ୍ସାହିତ କରିବେ।

CGU newକେଉଁ ମନ୍ତ୍ରୀ କେଉଁ ଜିଲ୍ଲା ଦାୟିତ୍ୱରେ

ମନ୍ତ୍ରୀ ନିରଞ୍ଜନ ପୁଜାରୀଙ୍କୁ ପୁରୀ ଜିଲ୍ଲା ଦାୟିତ୍ଵ ଦିଆଯାଇଥିବା ବେଳେ ବିକ୍ରମ କେଶରୀ ଆରୁଖଙ୍କୁ ଗଞ୍ଜାମ ଏବଂ କନ୍ଧମାଳ, ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ବରଗଡ଼, ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରାପଡ଼ା, ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡ଼ା ଓ ବୌଦ୍ଧ, ପ୍ରତାପ ଜେନାଙ୍କୁ କଟକ ଓ ମୟୂରଭଞ୍ଜ, ଡକ୍ଟର ଅରୁଣ ସାହୁଙ୍କୁ ଖୋର୍ଦ୍ଧା ଓ ନୟାଗଡ଼, ସୁଦାମ ମାର୍ଣ୍ଡିଙ୍କୁ ସୋନପୁର ଦାୟିତ୍ୱ ଦିଆଯାଇଛି।

ସେହିପରି ମନ୍ତ୍ରୀ ସୁଶାନ୍ତି ସିଂହଙ୍କୁ ବଲାଙ୍ଗିର ଓ ସମ୍ବଲପୁର, ନବ କିଶୋର ଦାସଙ୍କୁ କଳାହାଣ୍ଡି ଓ ନୂଆପଡ଼ା, ଟୁକୁନି ସାହୁଙ୍କୁ ଦେବଗଡ଼ ଓ ସୁନ୍ଦରଗଡ଼, ଜଗନ୍ନାଥ ସାରକାଙ୍କୁ ଗଜପତି ଓ କୋରାପୁଟ, ଦିବ୍ୟ ଶଙ୍କର ମିଶ୍ରଙ୍କୁ ଢେଙ୍କାନାଳ, ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୁଳ, ସମୀର ରଞ୍ଜନ ଦାଶଙ୍କୁ ଯାଜପୁର, ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ୱର, ପ୍ରେମାନନ୍ଦ ନାୟକଙ୍କୁ କେନ୍ଦୁଝର, ରଘୁନନ୍ଦନ ଦାସଙ୍କୁ ନବରଙ୍ଗପୁର ଓ ଜଗତସିଂହପୁର, ପଦ୍ମିନୀ ଦିଆନଙ୍କୁ ରାୟଗଡ଼ା, ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଜିଲ୍ଲା ଦାୟିତ୍ୱ ଦିଆଯାଇଛି।

Comment