ଓଡ଼ିଶାଲାଇଭ୍‌ ବ୍ୟୁରୋ

୨୧ତମ କାରଗିଲ ବିଜୟ ଦିବସରେ ଦେଶର ସୀମାନ୍ତ ସୁରକ୍ଷା ନିମନ୍ତେ ଆତ୍ମବଳୀ ଦେଇଥିବା ଭାରତର ସାହସୀ ସୈନିକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ।

କାରଗିଲ୍‌ ଯୁଦ୍ଧକୁ ହେଲାଣି ୨୧ ବର୍ଷ । କିନ୍ତୁ ଆଜି ଯାଏଁ ଭାରତର କୋଟି କୋଟି ଜନତା ଏହି ଦିନକୁ ଭୁଲି ନାହାନ୍ତି। ଦେଶ ପାଇଁ ଜୀବନ ଦେଇଥିବା ସେହି ବୀର ଯବାନଙ୍କୁ ମଧ୍ୟ ଭୁଲି ନାହାନ୍ତି।

CGU new

କାରଗିଲ ଯୁଦ୍ଧ ୧୯୯୯ ମେ’ ୩ ରୁ ଆରମ୍ଭ ହୋଇ ଜୁଲାଇ ୨୬ ତାରିଖରେ ଶେଷ ହୋଇଥିଲା। ଯୋଜନାବଦ୍ଧ ଭାବେ ପାକିସ୍ତାନ ୧୯୯୮ରୁ ହିଁ ଯୁଦ୍ଧର ଆରମ୍ଭ କରିଥିଲା।

୫ ହଜାର ସୈନ୍ୟଙ୍କୁ କାରଗିଲ ଦଖଲ ପାଇଁ ପଠାଇଥିଲା ପାକିସ୍ତାନ। ଭାରତୀୟ ସେନା ଏହା ଜାଣିବା ପରେ ଆରମ୍ଭ ହୋଇଥିଲା ଅପରେଶନ ବିଜୟ। ଯୁଦ୍ଧରେ ଭାରତର ୫୨୭ ଯବାନ ଶହୀଦ ହୋଇଥିଲେ। ସହିଦଙ୍କ ମଧ୍ୟରେ ଜମ୍ମୁ-କଶ୍ମୀରର ୭୧ ଜଣ ଥିଲେ।

ଯୁଦ୍ଧରେ ଭାରତୀୟ ଯବାନଙ୍କ ବୀରତ୍ୱ ସମ୍ମୁଖରେ ପରାଜୟ ସ୍ଵୀକାର କରିଥିଲା ପାକିସ୍ତାନ। ଭାରତୀୟ ବାୟୁସେନାର ମିଗ୍‌-୨୭, ମିଗ୍‌-୨୯ ଯୁଦ୍ଧ ବିମାନରୁ ଶତ୍ରୁ ଶିବିର ଉପରେ କରିଥିଲା ବୋମାମାଡ଼। କାରଗିଲ୍‌ ଯୁଦ୍ଧରେ ଲେଫ୍ଟନାଣ୍ଟ ମନୋଜ କୁମାର ପାଣ୍ଡେ, କ୍ୟାପଟେନ୍‌ ବିକ୍ରମ ବତ୍ରା, ରାଇଫଲମ୍ୟାନ୍‌ ସଞ୍ଜୟ କୁମାର, ଗ୍ରେନେଡ଼ିୟର ଯୋଗେନ୍ଦ୍ର ସିଂ ଯାଦବ ଆଦି ଅନେକ ଭାରତୀୟ ଯବାନ ସହିଦ ହୋଇଥିଲେ।

୧୯୯୯ କାରଗିଲ ଯୁଦ୍ଧକୁ ଭାରତୀୟ ସଶସ୍ତ୍ର ବାହିନୀ ଇତିହାସରେ ପରିବର୍ତ୍ତନର ସମୟ ବୋଲି ବିଚାର କରାଯାଏ। ସେତେବେଳେ ଏ ଯୁଦ୍ଧ ଟେଲିଭିଜନ୍‌ରେ ପ୍ରସାରିତ ହୋଇଥିଲା।

କାରଗିଲ ଯୁଦ୍ଧକୁ ୧୯ବର୍ଷ ପୂର୍ତ୍ତି ଉପଲକ୍ଷେ ଶୀର୍ଷ ସ୍ତରୀୟ ରାଜନେତା, ସାମରିକ ଅଧିକାରୀ ଏବଂ ସମାଜର ସବୁ ବର୍ଗର ଲୋକେ ବୀର ସହିଦଙ୍କୁ ଏଇ ଅବସରରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

Comment