ଓଡ଼ିଶାଲାଇଭ୍ ବ୍ୟୁରୋ

ଗତକାଲି ରାଜ୍ୟରେ କରୋନାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ଆଜି ମଧ୍ୟ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନଜନିତ ମୃତ୍ୟୁ ସଂଖ୍ୟା ୧୪୦ରେ ପହଞ୍ଚିଛି।

୧୦ ଜଣଙ୍କ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରେ ୫ ଜଣ ପୁରୁଷ ଥିଲା ବେଳେ ଜଣେ ମହିଳା ଅଛନ୍ତି। ଅଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଗଞ୍ଜାମରେ ମୋଟ ୭୯ ଜଣଙ୍କର କରୋନରେ ଜୀବନ ଗଲାଣି।

ଖୋର୍ଦ୍ଧାରୁ ୨, ଗଜପତି ଓ ସୁନ୍ଦରଗଡ଼ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

Comment