ଓଡିଶାଲାଇଭ୍ ବ୍ୟୁରୋ

ରାୟଗଡ଼ା ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାରେ ଜାରି ରହିଥିବା ଲକ୍‌ଡାଉନ୍‌ ଅବଧିକୁ ଆଉ ଦୁଇ ଦିନ ବୃଦ୍ଧି କରାଯାଇଛି। ଏନେଇ ରାୟଗଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରାଯାଇଛି। ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଅନେକ କୋଭିଡ୍ ଯୋଦ୍ଧା କରୋନାରେ ସଂକ୍ରମିତ ହେବା ପରେ ପ୍ରଶାସନର ଚିନ୍ତା ବଢ଼ିଛି। ଜିଲ୍ଲାର ବିଭିନ୍ନ ଅଞ୍ଚଳକୁ କ୍ଵାରେଣ୍ଟାଇନ୍ ଜୋନ୍ ଘୋଷଣା କରାଯାଇଛି।

ବର୍ତ୍ତମାନ ସୁଦ୍ଧା ରାୟଗଡ଼ାରୁ ୬୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩୭ ଜଣ ସୁସ୍ଥ ହୋଇଥିବା ବେଳେ ୨୫୯ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି। ଏଥିସହ ଜିଲ୍ଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here