ଓଡିଶାଲାଇଭ୍ ବ୍ୟୁରୋ

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ୫ ଜଣ ଆଇଏସ୍‌ ଅଧିକାରୀଙ୍କୁ ନୂତନ ବିଭାଗରେ ନିଯୁକ୍ତି ମିଳିଛି।

ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଥିବା ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତ କରାଯାଇଛି। ସେହିପରି ଶ୍ରମ ଓ ଇଏସ୍‌ଆଇ ବିଭାଗର ପ୍ରମୁଖ ସଚିବ ଥିବା ଅନୁ ଗର୍ଗଙ୍କୁ ଜଳ ସମ୍ପଦ ବିଭାଗ ସଚିବ ଭାବେ ନିଯୁକ୍ତି ମିଳିଛି। ଏଥିସହ ତାଙ୍କୁ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ଵ ମିଳିଛି।

ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ଵ ଦିଆଯାଇଛି। ସେହିପରି ପୂର୍ବରୁ ଜଳ ସମ୍ପଦ ବିଭାଗର ପ୍ରମୁଖ ସଚିବ ଥିବା ସୁରେନ୍ଦ୍ର କୁମାର ଖଣି ଓ ଇସ୍ପାତ ବିଭାଗ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ଏଥିସହ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ଥିବା ଚିତ୍ରା ଅରୁମୁଗମ ଶ୍ରମ ଓ ଇଏସ୍‌ଆଇ ବିଭାଗ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି।

Comment