ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜଧାନୀ ଭୁବନେଶ୍ୱରରେ ଆଜି ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି। ବିଏମ୍‌ସିର ସୂଚନା ଅନୁଯାୟୀ ଆଜି ୧୩୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମଣ।

ୟୁନିଟ୍‌-୧ ବସ୍ତିରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସତ୍ୟନଗରରୁ ୭ ଜଣ, ଘରୋଇ ହସ୍ପିଟାଲରୁ ୬ ଜଣ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଜୟଦୁର୍ଗା ନଗରରୁ ୫ ଏବଂ କଳ୍ପନା ଛକ ଅଞ୍ଚଳରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶାସ୍ତ୍ରୀ ନଗର ଅଞ୍ଚଳରୁ ୪ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦୨ରେ ପହଞ୍ଚିଥିବା ବେଳେ ୧୨୧୬ ଜଣ ସୁସ୍ଥ ହୋଇଛନ୍ତି। ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨୭୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

Comment