ଓଡିଶାଲାଇଭ୍ ବ୍ୟୁରୋ

ଢେଙ୍କାନାଳ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାକୁ ପ୍ରତି ଶନି ଓ ରବିବାର ସଟ୍‌ଡାଉନ୍ ଘୋଷଣା କରାଯାଇଛି। ଏନେଇ ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି।

ଜିଲ୍ଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ପ୍ରତି ଶନି ଓ ରବିବାର ଜିଲ୍ଲା ସଟ୍‌ଡାଉନ୍ ରହିବ ବୋଲି ଜିଲ୍ଲାପାଳ କହିଛନ୍ତି।

ଏହି ସମୟରେ ଦୋକାନ ବଜାର ବନ୍ଦ ରହିବ। ତେବେ ଜରୁରୀକାଳୀନ ସେବା ଜାରି ରହିବ। କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଞ୍ଚଳକୁ ସାନିଟାଇଜ୍ କରାଯିବା ସହ ମାଇକ୍‌ରେ ପ୍ରଚାର କରାଯାଉଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

ବର୍ତ୍ତମାନ ସୁଦ୍ଧା ଢେଙ୍କାନାଳରୁ ୨୯୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୩୮ ଜଣ ସୁସ୍ଥ ହୋଇଥିବା ବେଳେ ୧୫୮ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି।

Comment