ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଅଗଷ୍ଟ ୪ ଭିତରେ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଏହାରି ପ୍ରଭାବରେ ଆଜିଠୁ ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିପାରେ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ, ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ରାଜ୍ୟରେ ବର୍ଷା ହେଲେ ଚାଷୀକୂଳ ଆଶ୍ୱସ୍ତ ହେବେ। କାରଣ ଏବର୍ଷ ଅଭାବୀ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହେଲାଣି। ଚାଷୀମାନେ ହନ୍ତସନ୍ତ ହେଉଛନ୍ତି।

Comment