ଓଡିଶାଲାଇଭ୍ କରୋନା ବ୍ୟୁରୋcorona monsoon-2

କଟକ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଶନିବାର ସହରରୁ ପୁଣି ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ଵାରେଣ୍ଟାଇନ୍‌ରୁ ୩୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

ଆଜି ମାଲଗୋଦାମ ବେହେରାସାହିରୁ ଆଉ ୧୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୁଣା ରାଉସାପାଟଣାରୁ ପୁଣି ୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ସ୍ଥାନୀୟ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା ଯୋଦ୍ଧା ଥିବା ସିଏମ୍‌ସି ସୂଚନା ଦେଇଛି।

ଏଥିସହ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪୯ରେ ପହଞ୍ଚିଛି। ସେଥିମଧ୍ୟରୁ ୪୭୮ ଜଣ ସୁସ୍ଥ ହୋଇଥିବା ବେଳେ ୪୬୧ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ସହରରେ ୧୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment