ଓଡିଶାଲାଇଭ୍ ବ୍ୟୁରୋ

କୋରାପୁଟ ଜିଲ୍ଲାରେ ଜାରି ହୋଇଥିବା ୪୮ ଘଣ୍ଟିଆ ସଟ୍‌ଡାଉନ୍‌ ଆଜି ମଧ୍ୟରାତ୍ରରେ ସରୁଛି। ତେବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲାକୁ ଲକ୍‌ଡାଉନ୍ ଘୋଷଣା କରାଯାଇଛି। ଏନେଇ କୋରାପୁଟ ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ ଆଜି ମଧ୍ୟରାତ୍ରିରୁ ଆସନ୍ତା ୧୪ ତାରିଖ ମଧ୍ୟରାତ୍ର ଯାଏଁ ସମ୍ପୂର୍ଣ୍ଣ ଜିଲ୍ଲାରେ ଲକ୍‌ଡାଉନ୍ ଜାରି ହେବ। ଲକ୍‌ଡାଉନ୍ ସମୟରେ ସକାଳ ୫ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲାରହିବ। ଏଥିସହ ପୂର୍ବ ଭଳି ଜରୁରୀକାଳୀନ ସେବା ଜାରି ରହିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି।

ବର୍ତ୍ତମାନ ସୁଦ୍ଧା କୋରାପୁଟରେ ୮୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୬୨ ଜଣ ସୁସ୍ଥ ହୋଇଥିବା ବେଳେ ୫୫୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Comment