ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ସପ୍ତାହରେ ଉତ୍ତର-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଅଗଷ୍ଟ ୩ ସୁଦ୍ଧା ଏହି ଲଘୁଚାପ ଉତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଘନୀଭୂତ ହେବାର ସମ୍ଭାବନା ରହିଛି।

ଏଥିସହିତ ଅଗଷ୍ଟ ୪ ଦକ୍ଷିଣ ଚୀନ୍ ସାଗରରେ ସୃଷ୍ଟ ଏକ ଲଘୁଚାପ ଏହି ଲଘୁଚାପ ସହ ମିଶିଯିବାର ସମ୍ଭାବନା ରହିଛି। ଫଳରେ ଏହି ଲଘୁଚାପ ଅଧିକ ଶକ୍ତିଶାଳୀ ହୋଇପାରେ। ଏନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ପରିବେଶ ଓ ଜଳବାୟୁ ବିଭାଗର ନିର୍ଦ୍ଦେଶକ ଡକ୍ଟର ଶରତ ସାହୁ ସୂଚନା ଦେଇଛନ୍ତି।

ଏହାର ପ୍ରଭାବରେ ଅଗଷ୍ଟ ୩ ରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ଥିବାବେଳେ ଅଗଷ୍ଟ ୪ ଏବଂ ୫ ସୁଦ୍ଧା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଅଗଷ୍ଟ ୪ ରୁ ୬ ମଧ୍ୟରେ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ଢ଼େଙ୍କାନାଳ, ଅନୁଗୁଳ, ସୋନ୍‌ପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ବରଗଡ, ଝାରସୁଗୁଡା ଓ କଳାହାଣ୍ଡି ପ୍ରଭୃତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comment