ଓଡିଶାଲାଇଭ୍ କରୋନା ବ୍ୟୁରୋcorona US

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏହା ସହ ତାଳ ଦେଇ ବଢ଼ିଚାଲିଛି କରୋନା ମୃତ୍ୟୁସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିବା ଫଳରେ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୩୭ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ରବିବାର ଆଉ ୫୪,୭୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୭,୫୦,୭୨୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୧,୪୫,୬୨୯ ଜଣ ସୁସ୍ଥ ହୋଇଥିବା ବେଳେ ୫,୬୭,୭୩୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୩୭,୩୬୪କୁ ବୃଦ୍ଧି ପାଇଛି।

ମହାରାଷ୍ଟ୍ରରେ ସର୍ବାଧିକ ୧୫,୩୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିପରି ତାମିଲନାଡୁରେ ୪୦୩୪ ଜଣ, ଦିଲ୍ଲୀରେ ୩୯୮୯ ଜଣ ଓ ଗୁଜରାଟରେ ୨୪୬୪ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here