ଓଡିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ୧୪୩୪ ପଜିଟିଭ୍ ଚିହ୍ନଟ
  • କ୍ଵାରେଣ୍ଟାଇନ୍‌ରୁ ୮୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ଚିହ୍ନଟ
  • ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪,୯୧୩କୁ ବୃଦ୍ଧି

ରାଜ୍ୟରେ ୨୯ ଜିଲ୍ଲାରୁ ପୁଣି ୧୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୮୯ ଜଣ କ୍ଵାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୫୪୫ଟି ଲୋକାଲ୍ କେସ୍ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଜି ଗଞ୍ଜାମରୁ ସର୍ବାଧିକ ୩୨୦ ଜଣ ପଜିଟିଭ୍ ଥିବା ବେଳେ ଖୋର୍ଦ୍ଧାରୁ ୨୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୯ ଜଣ, ବାଲେଶ୍ଵରରୁ ୧୨ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୨୫ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୨୩ ଜଣ, ଦେଓଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧୩ ଜଣ, ଗଜପତିରୁ ୯୧ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୫୭ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୧୮ ଜଣ, କନ୍ଧମାଳରୁ ୪୪ ଜଣ, କେନ୍ଦ୍ରାପଡ଼ାରୁ ୨୨ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୧୨ ଜଣ, ମାଲକାନଗିରିରୁ ୨୪ ଜଣ, ମୟୂରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୬୫ ଜଣ, ରାୟଗଡ଼ାରୁ ୧୯୭ ଜଣ, ସମ୍ବଲପୁରରୁ ୫୧ ଜଣ, ସୋନପୁରରୁ ୬ ଜଣ ଓ ସୁନ୍ଦରଗଡ଼ରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହ ରାଜ୍ୟରେ ମୋଟ ପଜିଟିଭ୍ ସଂଖ୍ୟା ୩୪,୯୧୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୩,୪୦୪ଟି ଆକ୍ଟିଭ୍ କେସ୍ ଥିବା ବେଳେ ୨୧,୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Comment