ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜଧାନୀ ଭୁବନେଶ୍ୱରରୁ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୪ଟି ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି।

ଆଇଗିଣିଆ ଆଳୁଗଦିରୁ ୧୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରିଜର୍ଭ ପୋଲିସ କଲୋନିରୁ ୭, ଗୌତମ ନଗର ବସ୍ତିରୁ ୫ ଜଣ ଚିହ୍ନଟ ହୋଇଛନ୍ତି। ବଡ଼ଗଡ଼ ନୂଆସାହିରୁ ୪ ଜଣ, ଜିଜିପି କଲୋନିରୁ ୩ ଜଣ, ଜାଗମରାରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

ଚନ୍ଦ୍ରଶେଖରପୁର ଶ୍ରମିକ ବସ୍ତିରୁ ୩ ଜଣ, ସିବିଆଇ କଲୋନିରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରରୁ ୧୦୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଏମ୍‌ସି ସୂଚନା ଦେଇଛି।

ଭୁବନେଶ୍ୱରରେ ବର୍ତ୍ତମାନସୁଦ୍ଧା ୩୦୬୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ୧୭୯୮ ଜଣ ସୁସ୍ଥ ହୋଇଥିବା ବେଳେ ୧୨୫୦ ଜଣ ସକ୍ରିୟ ଅଛନ୍ତି।

Comment