ଓଡିଶାଲାଇଭ୍ କରୋନା ବ୍ୟୁରୋCoronavirus blood test

ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୨,୯୭୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାରି ସହିତ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ଟପିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୭୭୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୩୮,୧୩୫କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ସୁଦ୍ଧା ଦେଶରେ ୧୮,୦୩,୬୯୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୧,୮୬,୨୦୩ ଜଣ ସୁସ୍ଥ ହୋଇଥିବା ବେଳେ ୫,୭୯,୩୫୭ ଜଣ ସକ୍ରିୟ ରୋଗୀ ଅଛନ୍ତି।

Comment