ଓଡିଶାଲାଇଭ୍ ବ୍ୟୁରୋ

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତାକାଲି ସକ୍ରିୟ ହେବ। ଏହାର ପ୍ରଭାବରେ ଅଗଷ୍ଟ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତାକାଲି ପାଇଁ ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସମୂଦ୍ର ଭିତରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Comment