ଓଡିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ସମ୍ଭାବ୍ୟ ବର୍ଷା ଏବଂ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଲଘୁଚାପ ଯୋଗୁଁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଦେବଗଡ଼, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଏହି ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ଆଜି ଏବଂ ଆସନ୍ତାକାଲି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୂଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

Comment