ଓଡ଼ିଶାଲାଇଭ୍‌ ବ୍ୟୁରୋ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ନିଜେ ଧର୍ମେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କରୋନା ଲକ୍ଷଣ ଦେଖାଦେବା ପରେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ଧର୍ମେନ୍ଦ୍ର ହେଉଛନ୍ତି ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀ ଯିଏ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତ ଦୁଇ ଦିନ ତଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ।

ଗତ କିଛିଦିନ ତଳେ ଓଡ଼ିଶାର ୪ ଜଣ ବିଧାୟକ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ।

Comment