ଓଡ଼ିଶାଲାଇଭ୍‌ ବ୍ୟୁରୋ

ଗୁଜୁରାଟର ଅହମ୍ମଦାବାଦରେ ଥିବା ଏକ କୋଭିଡ ହସ୍ପିଟାଲରେ ବୁଧବାର ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଏହି ଘଟଣାରେ ୮ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ରୋଗୀଙ୍କୁ ଆଉ ଏକ ହସ୍ପିଟାଲରେ ସ୍ଥାନାନ୍ତର କରାଯାଇଛି।

ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଅନ୍ୟପଟରେ ଏହି ଘଟଣାରେ ମେଡିକାଲ ପରିସରରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିବା ଜଣାପଡିଛି। ତେବେ କେଉଁ କାରଣରୁ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା ତାହା ଜଣାପଡ଼ିନି।

Comment