ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶାକୁ ଆସୁଛି ଆଉ ଏକ ଲଘୁଚାପ। ଏହାରି ପ୍ରଭାବରେ ଅଗଷ୍ଟ ୯ରୁ ୧୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିପାରେ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

ଏଥସହ ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଅନୁଗଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର। ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି।

ଏ ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି। ୧୨ ତରେିଖ ପରେ ପାଗରେ ପରିବର୍ତ୍ତନ ହେବ ଏବଂ ପାଗ ଶୁଖିଲା ରହିବ।

Comment