ଓଡିଶାଲାଇଭ୍ କରୋନା ବ୍ୟୁରୋ
- ଦିନକରେ ୬୧,୫୩୭ ଜଣ ଆକ୍ରାନ୍ତ, ୯୩୩ ମୃତ
- ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୮୮,୬୧୨କୁ ବୃଦ୍ଧି
- ମୋଟ ମୃତ୍ୟୁସଂଖ୍ୟା ୪୨,୫୧୮କୁ ବୃଦ୍ଧି
ଦେଶରେ କରୋନା ସଂକ୍ରମଣ କମିବାର ନାଁ ନେଉନାହିଁ। ଗୋଟିଏ ପଟେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଅନ୍ୟପଟେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ପୁଣି ୯୩୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଫଳରେ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୪୨ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ୬୧,୫୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୮୮,୬୧୨ରେ ପହଞ୍ଚିଛି। ସେଥିମଧ୍ୟରୁ ୬,୧୯,୦୮୮ଟି ଆକ୍ଟିଭ୍ କେସ୍ ଥିବା ବେଳେ ୧୪,୨୭,୦୦୫ ଜଣ ସୁସ୍ଥ ହୋଇଛନ୍ତି।
ଏଥିସହ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୪୨,୫୧୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ମହାରାଷ୍ଟ୍ରରେ ସର୍ବାଧିକ ୧୭,୦୯୨ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ତାମିଲନାଡୁରେ ୪୬୯୦ ଜଣ, ଦିଲ୍ଲୀରେ ୪୦୮୨ ଜଣ ଓ କର୍ଣ୍ଣାଟକରେ ୨୯୯୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।













