ଓଡିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ବୌଦ୍ଧ, କନ୍ଧମାଳ ଓ କୋରାପୁଟ ରହିଛି।ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Comment