ଓଡିଶାଲାଇଭ୍ କରୋନା ବ୍ୟୁରୋcorona

ଆଜି କଟକ ସହରରୁ ଆଉ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ଵାରେଣ୍ଟାଇନ୍‌ରୁ ୪୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

ଆଜି ମାଲଗୋଦାମ ଜାଲୁଆ ସାହିରୁ ସର୍ବାଧିକ ୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ସାମନ୍ତ ସାହିରୁ ୭ ଜଣ, ଚୌଧୁରୀବଜାରରୁ ୬ ଜଣ, ପଟ୍ଟାପୋଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୯୧୨ ଜଣ ସୁସ୍ଥ ହୋଇଥିବା ବେଳେ ୭୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ବର୍ତ୍ତମାନ ସୁଦ୍ଧା କଟକ ସହରରେ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment