ଓଡିଶାଲାଇଭ୍ କରୋନା ବ୍ୟୁରୋcorona US

  • ଦିନକରେ ୬୨,୦୬୪ ଆକ୍ରାନ୍ତ, ୧୦୦୭ ମୃତ
  • ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨,୧୫,୦୭୫କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୪୪,୩୮୬କୁ ବୃଦ୍ଧି

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୦୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏଥିସହ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୪୪ ହଜାର ପାର୍ କରିଛି। ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ୬୨,୦୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହିତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨,୧୫,୦୭୫କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୫,୩୫,୭୪୩ ଜଣ ସୁସ୍ଥ ହୋଇଥିବା ବେଳେ ୬,୩୪,୯୪୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୪୪,୩୮୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ମହାରାଷ୍ଟ୍ରରେ ସର୍ବାଧିକ ୧୭,୭୫୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ସେହିପରି ତାମିଲନାଡୁରେ ୪୯୨୭ ଜଣ, ଦିଲ୍ଲୀରେ ୪୧୧୧ ଜଣ ଓ କର୍ଣ୍ଣାଟକରେ ୩୧୯୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment