ଓଡିଶାଲାଇଭ୍ ବ୍ୟୁରୋ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଗତ ୧୦ ତାରିଖରେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଏବେ ବି ତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନଥିବା ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ବର୍ତ୍ତମାନ ଦିଲ୍ଲୀ କ୍ୟାଣ୍ଟନମେଣ୍ଟର ଆର୍ମି ହସ୍ପିଟାଲରେ ପ୍ରଣବ ମୁଖାର୍ଜୀଙ୍କର ଚିକିତ୍ସା ଚାଲିଛି। ଗତ ୧୦ ତାରିଖରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିବା ସୂଚନା ମିଳିଛି। ହସ୍ପିଟାଲରେ ଭର୍ତ୍ତି ହେବା ପରେ ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଥିବା ଜଣାପଡ଼ଥିଲା। ଏହାପରେ ତାଙ୍କ ମସ୍ତିଷ୍କ ସର୍ଜରୀ କରାଯାଇଥିଲା। ହେଲେ ସର୍ଜରୀ ପରେ ମଧ୍ୟ ତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ ସୁଧାର ଆସୁନଥିବା ସୂଚନା ମିଳିଛି।୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ପ୍ରଣବ ମୁଖାର୍ଜୀ ଦେଶର ରାଷ୍ଟ୍ରପତି ଥିଲେ। ୨୦୧୯ରେ ଭାରତ ସରକାର ତାଙ୍କୁ ‘ଭାରତରତ୍ନ’ ସମ୍ମାନରେ ସମ୍ମାନିତ କରିଥିଲେ।

Comment