ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟରେ ୪ ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଲଘୁଚାପ ପ୍ରଭାବରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ବର୍ଷାକୁ ଦୃଷ୍ଟି ରଖି ଆଗାମୀ ୨୪ ଘଣ୍ଟା ପାଇଁ ଏହି ୨ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।BGU

ଏହି ଦୁଇ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ସକାଳ ୧୦ ଟା ପର୍ଯ୍ୟନ୍ତ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ହେଲେ ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଓ ଦେବଗଡ଼।

ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Comment