ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ବଲାଙ୍ଗିରରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।BGU

ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାକୁ ଆଜି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ବର୍ଷା ପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିସନର।

Comment