ଓଡିଶାଲାଇଭ୍ କରୋନା ବ୍ୟୁରୋ
- ଦିନକରେ ୬୫,୦୦୨ ଆକ୍ରାନ୍ତ, ୯୯୬ ମୃତ
- ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫,୨୬,୧୯୩କୁ ବୃଦ୍ଧି
- କରୋନାଜନିତ ମୃତ୍ୟୁସଂଖ୍ୟା ୪୯,୦୩୬କୁ ବୃଦ୍ଧି
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୫ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୨୫ ଲକ୍ଷ ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ପୁଣି ୬୫,୦୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫,୨୬,୧୯୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୮,୦୮,୯୩୬ ଜଣ ସୁସ୍ଥ ହୋଇଥିବା ବେଳେ ୬,୬୮,୨୨୦ଟି ଆକ୍ଟିଭ୍ କେସ୍ ରହିଛି।
ସେହିପରି ଆଜି ଆଉ ୯୯୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୪୯,୦୩୬କୁ ବୃଦ୍ଧି ପାଇଛି।














